ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ଶ୍ରୀଗୁଣ୍ଡିଚାଯାତ୍ରା । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍‌ କରି ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି।  ପ୍ରଧାନମନ୍ତ୍ରୀ ମୋଦି ରଥଯାତ୍ରା ଅବସରରରେ ଦେଶବାସୀଙ୍କ ସୁଖସମୃଦ୍ଧି କାମନା କରି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ମୋଦି ୧ ମିନିଟ୍ ୨୬ ସେକେଣ୍ଡର ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି। ଏଥିରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାତ୍ମ୍ୟ ସଂପର୍କରେ ମୋଦି କହିଛନ୍ତି। ଭିଡିଓରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାର ଦୃଶ୍ୟ ମଧ୍ୟ ରହିଛି।

ଭିଡିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ’ଣ କହିଛନ୍ତି ଶୁଣନ୍ତୁ

You might also like