ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଜୋହାନ୍ସବର୍ଗ: ବିଶ୍ୱର ଉନ୍ନତି ପାଇଁ ପ୍ରଯୁକ୍ତିବିଦ୍ୟା, ବହୁ ପାକ୍ଷିକ ସହଯୋଗିତା ଓ ଦକ୍ଷତା ବିକାଶ ନିହାତି ଜରୁରୀ। ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀରେ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶିଳ୍ପ କ୍ଷେତ୍ରରେ ନୂଆ ପ୍ରଯୁକ୍ତିବିଦ୍ୟା ଓ ଡିଜିଟାଲ ମାଧ୍ୟମର ପ୍ରସାର ଦ୍ୱାରା ବିଶ୍ୱ ଏକ ନୂଆ ସୁଯୋଗ ସୃଷ୍ଟି କରିବା ସହ ଚ୍ୟାଲେଞ୍ଜ ଆଣିଥିବା ମଧ୍ୟ ପ୍ରଧାନମନ୍ତ୍ରୀ କହିଛନ୍ତି। ଚତୁର୍ଥ ଶିଳ୍ପ ବିପ୍ଲବ ଲାଗି ବ୍ରିକ୍ସ ରାଷ୍ଟ୍ରଗୁଡିକ ସହ ନୂଆଦିଲ୍ଲୀ କାର୍ଯ୍ୟ କରିବାକୁ ଚାହୁଁଥିବା ମଧ୍ୟ ସେ କହିଛନ୍ତି।

ଗୁରୁବାରଠାରୁ ଜୋହାନ୍ସବର୍ଗରେ ଆରମ୍ଭ ହୋଇଛି ଦଶମ ବ୍ରିକ୍ସ ସମ୍ମିଳନୀ। ସମ୍ମିଳନୀରେ ସବୁ ସଦସ୍ୟ ରାଷ୍ଟ୍ରର ମୁଖ୍ୟମାନେ ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ। ପ୍ରଧାନମନ୍ତ୍ରୀ ମୋଦି ବ୍ରିକ୍ସ ସଦସ୍ୟ ରାଷ୍ଟ୍ର ବ୍ରାଜିଲ, ଋଷିଆ, ଚୀନ ଓ ଦକ୍ଷିଣ ଆଫ୍ରିକା ରାଷ୍ଟ୍ର ମୁଖ୍ୟଙ୍କ ସହ ଏକାଠି ହୋଇଥିଲେ। ଏହି ଅବସରରେ ଚୀନ ରାଷ୍ଟ୍ରପତି ସି ଜିନ୍‌ ପିଙ୍ଗ୍‌ଙ୍କ ସହ ମଧ୍ୟ ମୋଦି ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

You might also like