ଧରାପଡ଼ିଲା ଡ୍ରାଇଭର, ହଟିଲା ରାସ୍ତାରୋକ୍‌

ଭଦ୍ରକ: ଭଦ୍ରକ ଜିଲ୍ଲା ରାହାଞ୍ଜରେ ଟ୍ରକ୍‌ ଦୁର୍ଘଟଣାରେ ୫ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣା। ଦୁର୍ଘଟଣା ଘଟାଇଥିବା ଡ୍ରାଇଭର ଧରାପଡ଼ିଛି। ନିକଟବର୍ତ୍ତୀ ଗାଁ  ଅସୁରାରେ ଲୁଚି ରହିଥିବା ଡ୍ରାଇଭରକୁ ଧରିଲା ପୁଲିସ୍‌। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡ଼ାଇବା ପାଇଁ ପୁଲିସ୍‌ ଲାଠି ଚାର୍ଜ କରିବା ସହିତ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି।

ଦୁର୍ଘଟଣା ପରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରି ଆଜି ସଂନ୍ଧ୍ୟାରେ ସ୍ଥାନୀୟ ଲୋକେ ୧୬ ନଂ ଜାତୀୟ ରାଜପଥରେ ପୋଡ଼ା ଜଳା କରିବା ସହ ରାସ୍ତା ଅବରୋଧ କରିଥିଲେ। ଲୋକ ପୁଲିସ୍‌ ଗାଡ଼ି ମଧ୍ୟ ଭଙ୍ଗାରୁଜା କରିଥିଲେ। ଘଟଣାସ୍ଥଳରେ ଜିଲ୍ଲାପାଳ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହିତ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦିଆଯିବ ବୋଲି ଘୋଷଣା କରିଥିଲେ। ହେଲେ ଲୋକେ ଜିଲ୍ଲାପାଳଙ୍କୁ ଲିଖିତ ପ୍ରତିଶ୍ରୁତି ଦେବା ପାଇଁ କହିଥିଲେ। ତୁରନ୍ତ ଲିଖିତ ପ୍ରତିଶ୍ରୁତି ଦେବା ସମ୍ଭବ ନୁହେଁ ବୋଲି ଜିଲ୍ଲାପାଳ କହିବା ପରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ପରିସ୍ଥିତି ଅଣାୟତ୍ତ ହେଉଥିବା ଦେଖି ପୁଲିସ୍‌କୁ ଲାଠି ଚାର୍ଜ କରିବାକୁ ପଡ଼ିଥିଲା।

You might also like