ପ୍ରକୃତିଙ୍କୁ ମିଳିଲା ପୁରସ୍କାର

ନୂଆଦିଲ୍ଳୀ : ୬୫ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ହୋଇଛି। ଆଜି ନୂଆଦିଲ୍ଳୀ ବିଜ୍ଞାନ ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗରେ ବିଜେତାଙ୍କୁ ପୁରସ୍କୃତ କରାଯାଇଛି। ଓଡ଼ିଆ ଅଭିନେତ୍ରୀ ପ୍ରକୃତି ମିଶ୍ର ‘ହାଲୋ ଆର୍ସି’ ପାଇଁ ପାଇଛନ୍ତି ସ୍ୱତନ୍ତ୍ର ପୁରସ୍କାର। ପ୍ରଥମ ପର୍ଯ୍ୟାୟରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ସ୍ମୃତି ଇରାନୀ ଏବଂ ରାଷ୍ଟ୍ରମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂହ ରାଠୋର ପୁରସ୍କାର ପ୍ରଦାନ କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ୧୧ ଜଣ ବିଜେତାଙ୍କୁ ରାଷ୍ଟ୍ରପତି ପୁରସ୍କୃତ କରିଥିଲେ।

ବିନୋଦ ଖାନ୍ନାଙ୍କୁ ମରଣୋତ୍ତର ଦାଦା ସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯାଇଥିବାବେଳେ ତାଙ୍କ ପୁଅ ଅକ୍ଷୟ ଖାନ୍ନା ପୁରସ୍କାର ଗ୍ରହଣ କରିଥିଲେ। ସେହିପରି ଶ୍ରୀଦେବୀଙ୍କୁ ମରଣୋତ୍ତର ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଦିଆଯାଇଛି। ଶ୍ରୀଦେବୀଙ୍କ ସ୍ୱାମୀ ଓ ଦୁଇ ଝିଅ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ମାଲୟାଲମ୍ ଫିଲ୍ମ ‘ଭୟାନକମ୍’ ପାଇଁ ଜୟରାଜଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ପୁରସ୍କାର ମିଳିଛି।ଆସାମୀ ଫିଲ୍ମ ଭିଲେଜ ‘ରକ୍‌ଷ୍ଟାର’କୁ ଶ୍ରେଷ୍ଠ ଫିଲ୍ମ ପୁରସ୍କାର ଏବଂ ଏ.ଆର. ରେହମାନଙ୍କୁ ଶ୍ରେଷ୍ଠ ସଂଗୀତ ନିର୍ଦ୍ଦେଶକ ପୁରସ୍କାର ମିଳିଛି।

ଆହୁରି ପଢ଼ନ୍ତୁ

ସାଙ୍ଗଙ୍କ ସହ ଖାଇବାକୁ ଗଲେ ବିଲ୍‌ କିଏ ଦିଅନ୍ତି? ଶାହାରୁଖ ଦେଲେ ଏମିତି ଉତ୍ତର

କୋରିଓଗ୍ରାଫର୍‌ ରେମୋ ଏବଂ ତାଙ୍କ ପତ୍ନୀଙ୍କ ନାଁରେ ଠକେଇ ଅଭିଯୋଗ

ବିବାହ ପରେ ଏକାଠି ଗୀତ ଗାଇଲେ ରୋହନ୍‌-ନେହା, ଭିଡିଓ ଭାଇରାଲ୍‌

କୁଆଡ଼େ ଗଲେ ଦୀପିକାଙ୍କ ପୂର୍ବତନ ମ୍ୟାନେଜର ?

ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍‌ବୁକ ଫ୍ରେଣ୍ଡ

ରାଜେଶ୍‌ଙ୍କ ସହ କାମ କରି ବେଶ୍‌ ଖୁସି ଭୂମିକା

ଦଶହରାରେ କର୍ମଚାରୀଙ୍କୁ କାର ଗିଫ୍ଟ ଦେଲେ ଏଇ ବଲିଉଡ୍‌ ଅଭିନେତ୍ରୀ

‘ପ୍ରି-ୱେଡିଂ ଫେଷ୍ଟିଭିଟିଜ୍’ ଫଟୋ ଶେଆର କଲେ ଅଭିନେତ୍ରୀ କାଜଲ

ବିରାଟଙ୍କୁ ଚିୟର କରିବାକୁ ଲାଲ୍‌ ଡ୍ରେସ୍‌ରେ ଷ୍ଟାଡିୟମ୍‌ ପହଞ୍ଚିଲେ ଅନୁଷ୍କା

ନୋରାଙ୍କୁ ପ୍ରେମ ନିବେଦନ କଲେ ଟେରିନ୍ସ!

ଡ୍ରଗ୍ସ କିଣୁଥିବା ବେଳେ ଟିଭି ଅଭିନେତ୍ରୀଙ୍କୁ ଗିରଫ କଲା ଏନ୍‌ସିବି

ନିଆରା ଢଙ୍ଗରେ ଦୁର୍ଗା ପୂଜା ଶୁଭେଚ୍ଛା ଜଣାଇଲେ ଓଲିଉଡ୍‌ ଅଭିନେତ୍ରୀ

You might also like