ଆଜି ରାତିରେ ପ୍ରବଳ ବର୍ଷା ଆଶଙ୍କା, ୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜି ରାତିରେ କାଳବୈଶାଖୀ ପ୍ରଭାବରେ ପୁଣି ପ୍ରବଳ ବର୍ଷା ହୋଇପାରେ। ୫୦ରୁ ୬୦ କିମି ବେଗରେ ପବନ ସହିତ ବଜ୍ରପାତ ଆଶଙ୍କା ବି ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି । ଏହି ସବୁ  ଜିଲ୍ଲାଗୁଡ଼ିକ ହେଉଛି ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଗଜପତି, ଗଞ୍ଜାମ, ନୟାଗଡ଼ ଓ  ଖୋର୍ଦ୍ଧା । ଆଜି ରାତି ସାଢ଼ ୧୨ଟା ମଧ୍ୟରେ ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି।

 

You might also like