ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସାଇନ-ଏ-ଡାଏ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସାଇନ୍-ଏ-ଡାଏ ଘୋଷଣା କରାଯାଇଛି। ଆଜି ସକାଳ ୧୦ଟା ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଗତକାଲି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଦେଖାଦେଇଥିବା ଛାତ୍ର ଅଶାନ୍ତିକୁ ନେଇ ଏହି ନିଷ୍ପତ୍ତି ନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ।

ଫି’ ବୃଦ୍ଧି ପ୍ରତ୍ୟାହାର, ହଷ୍ଟେଲ ନବୀକରଣ ପାଇଁ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ୍ ଛାଡ଼ିବା ନିର୍ଦ୍ଦେଶକୁ ବିରୋଧ, ଚଳିତବର୍ଷ ୩ଟି ସେଲ୍ଫ ଫାଇନାନ୍ସିଂ କୋର୍ସ ଖୋଲାଯିବାକୁ ବିରୋଧ, ସେଗୁଡ଼ିକୁ ରେଗୁଲାର୍ କରିବା ଆଦି ଦାବିରେ ଗତକାଲି ଛାତ୍ରଛାତ୍ରୀ କୁଳପତିଙ୍କ ଅଫିସ ଘେରାଉ କରିବା ସହ ଧାରଣା ଦେଇଥିଲେ। ଛାତ୍ରଛାତ୍ରୀ ପାଟିତୁଣ୍ଡ କରିବା ସହ କୁଳପତିଙ୍କ ଅଫିସ ଭିତରକୁ ଧସେଇ ପଶିବାକୁ ଚେଷ୍ଟା କରିଥିଲେ। ଫଳରେ ପୋଲିସ କର୍ଡନରେ ଅଫିସ ଭିତରକୁ ଯାଇଥିଲେ କୁଳପତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ କ୍ୟାମ୍ପସରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଆହୁରି ପଢ଼ନ୍ତୁ

ନଭେମ୍ବର ପାଇଁ ଅନ୍‌ଲକ୍-୬ ଗାଇଡ୍‌ ଲାଇନ୍ ଜାରି

ଆସିଲା ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ସ: ଜାଣନ୍ତୁ ଓଡ଼ିଶାରେ କେବେ ଖୋଲିବ ସ୍କୁଲ…

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

You might also like