ଝଡ଼ତୋଫାନ ସହ ବଜ୍ରପାତ ସମ୍ଭାବନା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର:  ବର୍ଷା, ବଜ୍ରପାତ ଓ ଝଡ଼ତୋଫାନ ନେଇ ୧୩ଟି ଜିଲ୍ଲାକୁ ସତର୍କ ସୂଚନା। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, କେଉଁଝର, ଡେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଦିନ ୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏ ସମୟରେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

You might also like