ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ବର୍ଷା ସହ ଝଡ଼ତୋଫାନର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।  ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ବର୍ଷା ଲାଗି ରହିଛି। ବର୍ଷା ସହିତ ଝଡ଼ତୋଫାନ, ବଜ୍ରପାତ ନେଇ  ୧୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କନ୍ଧମାଳ।

 

You might also like