ବିଶ୍ୱ ପରିବେଶ ଦିବସ ଅବସରରେ ବାଲୁକା କଳା

ପୁରୀ: ଆଜି ବିଶ୍ୱ ପରିବେଶ ଦିବସ।  ଚଳିତ ବର୍ଷର ଥିମ୍ ରହିଛି ‘ବିଟ୍‌ ପ୍ଲାଷ୍ଟିକ୍‌ ପଲ୍ୟୁସନ୍‌’। ଏହି ଅବସରରେ ବାଲୁକା କଳା ମାଧ୍ୟମରେ ପ୍ଲାଷ୍ଟିକ ବ୍ୟବହାର ରୋକିବାକୁ ସଚେତନତାର ବାର୍ତ୍ତା ଦେଇଛନ୍ତି ବାଲୁକା ଶିଳ୍ପୀ।

ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଲୋକମାନଙ୍କୁ ସଚେତନତା କରିବା ଉଦ୍ଦେଶ୍ୟରେ ପୁରୀ ବେଳାଭୂମିରେ ଏକ ବାଳୁକା କଳା କରିଛନ୍ତି। ସୁଦର୍ଶନ ଏକ ବିଶାଳ କଇଁଛ ଆକୃତିର ବାଲୁକା କଳା ପ୍ରଦର୍ଶନ କରିଛନ୍ତି।  ବାଲି ଓ ଅଦରକାରୀ ପ୍ଲାଷ୍ଟିକ ବୋତଲ ବ୍ୟବହାର କରି ସୁଦର୍ଶନ ଏହି ବିଶାଳ ବାଲୁକା କୃତି ତିଆରି କରି ସଚେତନତା ବାର୍ତ୍ତା ଦେଇଛନ୍ତି।

ସେହିପରି ଶିଳ୍ପୀ ମାନସ ସାହୁ ମଧ୍ୟ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି। ପ୍ଲାଷ୍ଟିକ ବ୍ୟବହାର ଦ୍ୱାରା ଦେଶରେ ଦିନକୁ ଦିନ ପରିବେଶ ପ୍ରଦୁଷଣ ବୃଦ୍ଧି ପାଉଥିବା ସେ କହିଛନ୍ତି।  ତେଣୁ ଭାରତକୁ ପ୍ଲାଷ୍ଟିକ ମୁକ୍ତ କରିବାକୁ ସେ ଆହ୍ୱାନ ଦେଇଛନ୍ତି।  ୨୦ଫୁଟ ଓସାରରେ ଏହି ବାଲୁକା କଳାରେ ୨୦ଟନ୍ ବାଲି ବ୍ୟବହାର କରାଯାଇଛି।  ଏଥିପାଇଁ ତାଙ୍କୁ ୭ଘଣ୍ଟା ସମୟ ଲାଗିଥିଲ॥

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like