IAS ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର: ORHDC ଦୁର୍ନୀତି ମାମଲାରେ ବରିଷ୍ଠ IAS ଅଫିସର ବିନୋଦ କୁମାରଙ୍କୁ ୩ବର୍ଷ ଜେଲ୍‌ ଦଣ୍ଡାଦେଶ ଦିଆଯାଇଛି। ଆଜି  ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଆତ୍ମସମର୍ପଣ କରିବା ପରେ କୋର୍ଟ ଏହି ରାୟ ଶୁଣାଇଛନ୍ତି।

ଏହି ମାମଲାର ଅନ୍ୟତମ ଦୋଷୀ ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ବି କୋର୍ଟ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି।  ORHDCର ଦୁର୍ନୀତି ମାମଲାରେ ମଧ୍ୟ ସେ ସଂପୃକ୍ତ ଥିଲେ। ପୂର୍ବରୁ ଏହି  ମାମଲାରେ କୋର୍ଟ ୨ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଦଣ୍ଡ ଶୁଣାଇଥିଲେ।

ORHDC ଦୁର୍ନୀତି ମାମଲାରେ ପୂର୍ବରୁ IAS ବିନୋଦ କୁମାରଙ୍କ ସମେତ ୫ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। ରାୟ ଶୁଣାଣି ବେଳେ ହାଜର ହୋଇନଥିବାରୁ ସେମାନଙ୍କ ନାଁରେ ଜାମିନ ବିହୀନ ଗିରଫ ପରଓ୍ଵାନା (ଏନ୍‌ବିଡବ୍ଲ୍ୟୁ) ଜାରି କରାଯାଇଥିଲା।

୨୦୦୦ ମସିହା ORHDCରେ ହୋଇଥିବା ମହାଦୁର୍ନୀତିରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ବରିଷ୍ଠ ଆଇଏଏସ୍ ଅଫିସର ବିନୋଦ କୁମାର। ୫୫ ଲକ୍ଷ ଟଙ୍କାର ଅନିୟମିତତା ନେଇ ଅଭିଯୋଗ ହୋଇଥିଲା।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like