ଆତ୍ମହତ୍ୟା କରିଥିବା ଛାତ୍ର ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ

ବ୍ରହ୍ମପୁର : ପରୀକ୍ଷାରେ ଫେଲ୍ ହେବା ଆଶଙ୍କା କରି ଆତ୍ମହତ୍ୟା କରିଥିବା ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଗାୟତ୍ରୀନଗରର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର ରାଜେଶ ପଣ୍ଡା ,ଦ୍ୱିତୀୟ ଶ୍ରେଣୀରେ ପାସ୍ କରିଛନ୍ତି। ଆଜି ରେଜଲ୍ଟ ପ୍ରକାଶ ପାଇବା ପରେ ଏହା ଜଣାପଡ଼ିଛି।

ଗତ ଗୁରୁବାର ରାତିରେ ସେ ନିଜ ଦେହରେ କିରୋସିନ ଢ଼ାଳି ହୋଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ସେ କାହିଁକି ସେ ଆତ୍ମହତ୍ୟା କଲେ, ନା ମୃତ୍ୟୁପଛରେ ଅନ୍ୟ କୌଣସି କାରଣ ଅଛି, ସେନେଇ ପୋଲିସ ତଦନ୍ତ ଜାରି ରଖିଛି।

ତେବେ ରେଜଲ୍ଟ ଖରାପ୍ ହେବା ଆଶଙ୍କାରେ ସେ ଆତ୍ମହତ୍ୟା କରିଥିବା ଆଶଙ୍କା କରାଯାଉଛି। ସେହିପରି ରେଜଲ୍ଟ ବାହାରିବା ପୂର୍ବରୁ ରାୟଗଡ଼ା ରୋହିତ କଲୋନୀର ଜଣେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ଜିଲ୍ଲା ଯୋଜନା ଏବଂ ପରିଚାଳନା ବିଭାଗର ସହକାରୀ ଷ୍ଟାଟିଷ୍ଟିକାଲ୍ ଅଧିକାରୀ ଅଭୟ କୁମାର ସେଠୀଙ୍କ ପୁଅ ଅନୁରାଗ। ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like