ଆଜି ଶ୍ରୀଜିଉଙ୍କ ସୁନାବେଶ
ପୁରୀ: ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ସୁନାବେଶ। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇ ଝଟକିବେ ମହାପ୍ରଭୁ। ସୁନା ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ନୀତି ନିର୍ଦ୍ଧାରିତ ହୋଇଛି।
ଅପରାହ୍ନ ୫ଟାରୁ ଠାକୁରଙ୍କ ସୁନାବେଶ ଆରମ୍ଭ ହେବ। ସଂଧ୍ୟା ୬ଟା ୩୦ ପରଠୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତମାନେ ସୁନା ବେଶ ଦର୍ଶନ କରିବେ। ସୁନାବେଶ ଲାଗି ପୁଲିସ୍ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ସୁନାବେଶ ଦର୍ଶନ ଲାଗି ପୁରୀରେ ୮ରୁ ୧୦ ଲକ୍ଷ ଭକ୍ତଙ୍କ ସମାଗମ ହେବା ନେଇ ଆଶା କରାଯାଉଥିବାରୁ ଶୃଙ୍ଖଳିତ ଦର୍ଶନ ଓ ନିର୍ଦ୍ଧାରିତ ସମୟରେ ନୀତିକାନ୍ତି ସାରିବା ଉପରେ ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଉଛି।