ନବୀନଙ୍କୁ ଭେଟିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ। ଦେଶରେ ତୃତୀୟ ସାମ୍ମୁଖ୍ୟ ଗଠନ ନେଇ KCR ଉଦ୍ୟମ କରୁଥିବାରୁ ତାଙ୍କ ଗସ୍ତକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଏହି ପ୍ରସଙ୍ଗରେ ସେ ନବୀନଙ୍କ ସହ ଆଲୋଚନା କରିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଉଛି।

ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀଜୀଉଙ୍କ ଦର୍ଶନ ଲାଗି ପୁରୀ ଆସୁଛନ୍ତି, ଏହି ସମୟରେ ସେ ତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବେ। ତେବେ ଏଥିରେ ଥାର୍ଡ ଫ୍ରଣ୍ଟ କିମ୍ବା କୌଣସି ରାଜନୈତିକ ପ୍ରସଙ୍ଗ ସ୍ଥାନ ପାଇବ ନାହିଁ ବୋଲି ନବୀନ ସ୍ପଷ୍ଟ କରିଛନ୍ତି।

You might also like
Comments
Loading...