ସଡ଼କ ଦୁର୍ଘଟଣାରେ ୩ ମୃତ, ୮ ଗୁରୁତର

ବାଲେଶ୍ୱର : ପିକ୍ଅପ୍ ଓଲଟି ୨ ମୃତ ୫ ଜଣ ଆହତ ହୋଇଛନ୍ତି। ବାଲେଶ୍ୱର ଚାନ୍ଦିପୁର ଗୁଡୁପାହି ନିକଟ ନୂଆନଦୀରେ ପିକଅପ୍ ଭ୍ୟାନ୍  ଖସିପଡି ଏହି ଦୁର୍ଘଟଣା ଘଟିଛି। ମୃତକ ଦୁଇ ଜଣ ହେଲେ ଗୁଡୁପାହିର ରବୀନ୍ଦ୍ର ହାଁସଦା ଓ ବାସୁଆ ହାଁସଦା। ଉଭୟ ଶ୍ରମିକ ଶ୍ରେଣୀର। ଗୁରୁତର ଆହତ ୫ ଶ୍ରମିକଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି।

ସେହିପରି ଆଠଗଡ଼ ଥାନା ଅନ୍ତର୍ଗତ ଆଙ୍କୁଲା ପେଟ୍ରେଲ ପମ୍ପ ନିକଟରେ ଏକ ବିଦ୍ୟୁତଖୁଣ୍ଟ ସହ ଧକ୍କା ହୋଇ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଭାରସାମ୍ୟ ହରାଇ ଗାଡିଟି ବିଦ୍ୟୁତ ଖୁଣ୍ଟ ସହ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ଦମକଳବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

ବଙ୍ଗୋମୁଣ୍ଡା ଥାନାର ଅନ୍ଧରାବନ୍ଧ ନିକଟରେ ମଧ୍ୟ ଏକ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବୋଲେରୋ ଗଛରେ ପିଟି ହେବାରୁ ତିନି ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକ ଓ ପୋଲିସ ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଆହତ ମାନେ ବଙ୍ଗୋମୁଣ୍ଡାର ଛତ୍ରଙ୍ଗ ଗାଁରୁ କଳାହାଣ୍ଡିର ବିଶ୍ୱନାଥପୁରକୁ ଏକ ଦଶାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ।

ଆହୁରି ପଢ଼ନ୍ତୁ

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

You might also like