ଏହି ସବୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ମୌସୁମୀ ସଅଳ ଆସିଥିଲେ ମଧ୍ୟ ରାଜ୍ୟବ୍ୟାପି ଗ୍ରୀଷ୍ମପ୍ରବାହ ଜାରି ରହିଛି । ପ୍ରବଳ ଗୁଳୁଗୁଳି ସାଙ୍ଗକୁ ଗରମ ମଧ୍ୟ ପବନ ବହୁଛି । ଗତ କିଛି ଦିନ ହେଲା ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି।
ତେବେ ରାଜ୍ୟରେ ଆଜି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏଥିପାଇଁ ୧୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ୪ଟା ୧୫ ଯାଏ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଘୂର୍ଣ୍ଣିଝଡ଼ ହେବା ସହ ୫୦ ରୁ ୬୦ କି.ମି ବେଗରେ ପବନ ବହିବ।
ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କଟକ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।