କାଳବୈଶାଖୀ: ଆଜି ପୁଣି ୭ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ତଣ୍ଡବ ଜାରି ରହିଛି। ଆଜି ପୁଣି ବର୍ଷା, ପବନ ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ୭ଟି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାବାସୀଙ୍କୁ ରାତି ସାଢ଼େ ୯ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ସତର୍କ କରାଯାଛି। ପ୍ରବଳ ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।