୬ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ୬ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ସହ କୁଆପଥର ମାଡ଼ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ହେବ ବୋଲି ସତର୍କ ସୂଚନା ଦିଆଯାଇଛି। ରାତି ୮ଟା ପର୍ଯ୍ୟନ୍ତ ଘରୁ ନବାହାରିବାକୁ ଏହି ଜିଲ୍ଲାଗୁଡିକର ଲୋକଙ୍କୁ ପରାମର୍ଶ ଦିଆଯାଇଛି।

You might also like