ଏହି ସବୁ ଜିଲ୍ଲାରେ ହୋଇପାରେ ଝଡ଼ତୋଫାନ ସହ ବର୍ଷା

ଭୁବନେଶ୍ୱର: ସାରା ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଜି ମଧ୍ୟ କିଛି ଅଞ୍ଚଳରେ ଝଡ଼ତୋଫାନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅପରାହ୍ନ ସାଢ଼େ ଗୋଟାଏ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୧୩ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି-ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ ଓ ଗଞ୍ଜାମ।

You might also like