ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ଆହତ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ମାଛଗାଁ ରାସ୍ତାର ସଦେଇପୁର ଛକ ନିକଟରେ ୧୦୮ ଆମ୍ବୁଲାନ୍ସକୁ କାର୍ ଧକ୍କା ଦେବା ଫଳରେ ଏକ ଦୁର୍ଘଟଣା ଘଟିଛି।
ଆହୁରି ପଢ଼ନ୍ତୁ
ଏହି ଦୁର୍ଘଟଣାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଓ ତାଙ୍କ ସାଙ୍ଗ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ବିଜୟଙ୍କୁ ପ୍ରଥମେ ଜଗତସିଂହପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।
ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି।