ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓ ସମର୍ଥକ ଆହତ

ନୂଆପଡ଼ା  : ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓ ସମର୍ଥକ ଆହତ। ଆହତ ୨ଜଣ ଖୋଲି ଭିତର ଗାଁର ବିଦ୍ୟା ଚିନ୍ଦା ଓ ଛତର ଚିନ୍ଦା ବୋଲି ଜଣା ପଡ଼ିଛି। ଏଥିସହ ସେଠାରେ ଏକ ମାଓ କ୍ୟାମ୍ପ ଠାବ କରି ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ମାଓ ସାମଗ୍ରୀ ଜବତ କରାଯାଇଛି।

ଆଜି ସୁନାବେଡା ଅଭୟାରଣ୍ୟର ଖୋଲି ଭିତର ଗାଁ ନିକଟରେ ଏସଓଜି ଟିମ୍‌ କମ୍ବିଂ ଅପରେସନ କରୁଥିଲେ। ହେଲେ ହଠାତ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ମାଡ଼ କରିଥିଲେ।

ଏସ୍ଓଜିମାନେ ପାଲଟା ଫାଏରିଂ କରିବାରୁ ମାଓବାଦୀମାନେ ଛତ୍ରଭଂଗ ଦେଇଥିଲେ। ପରେ ସର୍ଚ୍ଚ ଅପରେସନ ପରେ ସେଠାରେ ଏକ ମାଓ କ୍ୟାମ୍ପ ଠାବ ହେବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ମାଓ ସାମଗ୍ରୀ ଜବତ କରାଯାଇଥିଲା। ତେବେ ଫାଏରିଂରେ ୨ ମାଓ ସମର୍ଥକଙ୍କୁ ଉଦ୍ଧାର କରି ଯବାନମାନେ ନୂଆପଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like