ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ମୃତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଅନନ୍ତନାଗ ଜିଲ୍ଲାର କୋକେରନାଗରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଆହୁରି ୨ ଜଣ ଆତଙ୍କବାଦୀ ଲୁଚି ରହିଥିବା ଜଣାପଡ଼ିଛି। ତେବେ ଲୁଚି ରହିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ କୌଣସି ଏକ ଆତଙ୍କବାଦୀ ସଂଗଠନର କମାଣ୍ଡର ବୋଲି ସନ୍ଦେହ କରାଯାଉଛି। ଘଟଣାସ୍ଥଳରୁ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି।

କୋକେରନାଗରେ ୪ ଜଣ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଆରମ୍ଭ କରାଯାଇଥିଲା। ଏହି ସମୟରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କୁ ଘେରିବାରେ ସଫଳ ହୋଇଥିଲେ। ଏହା ପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା।

ଅନ୍ୟପକ୍ଷରେ, ଏହି ଘଟଣାରେ କିଛି ଲୋକଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଥିବାର ଜଣାପଡ଼ିଛଇ।

You might also like