ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ
ଭୁବନେଶ୍ୱର: ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ସ୍ମୃତି ଇରାନୀ। ଏୟାରପୋର୍ଟରୁ ସେ ସିଧାସଳଖ ସହିଦନଗରରେ ଥିବା ବୁଣାକାର ସେବା କେନ୍ଦ୍ର ପରିଦର୍ଶନ କରିଛନ୍ତି।
ଏହାପରେ ହୋଟେଲ ମାରିୟନରେ ଅନୁଷ୍ଠିତ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗ ଦେବେ। ଅପରାହ୍ନ ୧ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବେ ସ୍ମୃତି ଇରାନୀ।
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଶେଷ ହେବା ପରେ କେନ୍ଦ୍ରମନ୍ତ୍ରୀ ଇରାନୀ ସନ୍ଧ୍ୟାରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।