ଟ୍ରକ୍‌ ଧକ୍କାରେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ଉତ୍ତେଜନା

ସମ୍ୱଲପୁର(ଓଡ଼ିଶା ରିପୋର୍ଟର): ଟ୍ରକ୍ ଧକ୍କାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ସମ୍ବଲପୁର ଜିଲ୍ଲା ରେଙ୍ଗାଲି ସ୍ଥିତ ଶ୍ୟାମ ମେଟାଲିକ୍ କାରଖାନାର ସିକ୍ୟୁରିଟି ଗାର୍ଡଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ କର୍ମଚାରୀମାନେ କାରଖାନାର ଫାଟକ ବନ୍ଦ କରି ଧାରଣାରେ ବସିଛନ୍ତି।

You might also like