ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସାମ୍ନାରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସାମ୍ନାରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ। ବେକରେ ଶାଢ଼ି ଗୁଡ଼ାଇ ଗଛରେ ଫାଶି ଦେବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ଏବଂ ସ୍ଥାନୀୟ ଲୋକେ ମହିଳାଙ୍କୁ ଉଦ୍ଧାର କରିଥିଲେ।
ଆହୁରି ପଢ଼ନ୍ତୁ
ଉଦ୍ଧାର ପରେ ମହିଳାଙ୍କୁ କ୍ୟାପିଟାଲ ଥାନାକୁ ନେଇଛି ପୋଲିସ। ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ଜଣକ ନିରାକାରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ପୋଲିସ ଅଭିଯୋଗ ଶୁଣୁନଥିବାରୁ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି।