ଜଳପ୍ରପାତରୁ ୫୦ ଫୁଟ ତଳକୁ ଖସି ପଡ଼ିଲେ ଯୁବକ

କୋରାପୁଟ: ଜଳପ୍ରପାତରେ ଫଟୋ ଉଠାଇବା ହେଲା କାଳ। ଫଟୋ ଉଠାଇବା ବେଳେ ଜଳପ୍ରପାତରୁ ୫୦ ଫୁଟ ତଳକୁ ଖସି ପଡ଼ିଲେ ଯୁବକ। ଯୁବକ ଜଣକ ଗୁରୁତର ଆହତ ହୋଇଥିବାର ଜଣାପଡ଼ିଛି।

କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକ ଗାଲି ଗବଡ଼ରେ ଥିବା ରତିବାଲି ଜଳପ୍ରପାତରେ ଏହି ଅଘଟଣ ଘଟିଛି।  ଆହତ ହୋଇଥିବା ଯୁବକଙ୍କ ନାଁ ସୁବ୍ରତ ନାଗ। ଗତକାଲି ସେ ଏହି ଜଳପ୍ରପାତକୁ ବୁଲିବାକୁ ଯାଇଥିଲେ। ଫଟୋ ଉଠାଇବା ସମୟରେ ଖସି ଯାଇଥିଲା ତାଙ୍କ ଗୋଡ଼। ଫଳରେ ପ୍ରାୟ ୫୦ ଫୁଟ ଉପରୁ ତଳକୁ ଖସି ପଡ଼ିଥିଲେ ସୁବ୍ରତ।

କେତେକ ଯୁବକ ତାଙ୍କୁ ବହୁ କଷ୍ଟରେ ଉଦ୍ଧାର କରି ଉପରକୁ ଆଣିବା ପରେ ପ୍ରଥମେ ପଟ୍ଟାଙ୍ଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ସୁବ୍ରତଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ସୁବ୍ରତଙ୍କ ଘର କଳାହାଣ୍ଡି ଜିଲ୍ଲାରେ ବୋଲି ଜଣାପଡ଼ିଛି।  ସେ ପାଖ ମୀନା ବଜାରରେ କାମ କରୁଥିଲେ।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like