୨୪ ଘଣ୍ଟାରେ ୭୯ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ କ୍ୱାରେଣ୍ଟିନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ଆଉ ୩୨ ଜଣ ସ୍ଥାନୀୟ ଅଂଚଳରୁ ସଂକ୍ରମିତ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୦୩ ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୧୦୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୦୮୯ ଜଣ।

ରାଜ୍ୟ ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ, ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୪ ଜଣ, ମୟୂରଭଞ୍ଜରୁ ୨ ଜଣ, ବାଲେଶ୍ୱରରୁ ୭ ଜଣ, ବରଗଡ଼ରୁ ୫ ଜଣ, , ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ଜଣେ, କଟକରୁ ୬ ଜଣ, ଗଜପତିରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୪, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେପଟେ ଷ୍ଟେଟ୍‌ ପୋଲ୍‌ରୁ ମଧ୍ୟ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି।

You might also like