ବିଶାଖାପାଟଣା: ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଭ୍ୟାନ୍‌ ଓଲଟି ପଡ଼ିବା ଯୋଗୁ ୬ଜଣଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ର ପ୍ରଦେଶ ପୂର୍ବ ଗୋଦାବରୀ ଥାଣ୍ଟିକୋଣ୍ଡା ଗାଁରେ ଏହି ଦୁଃଖଦ ଘଟଣା ଘଟିଛି।

ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ଭ୍ୟାନ୍‌ରେ ୧୫ଜଣ ଥିଲେ ବୋଲି ସୂଚନା ମିଳିଛି। ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଭାରସାମ୍ୟ ହରାଇ ଭ୍ୟାନ୍‌ଟି ଓଲଟି ପଡ଼ିଥିଲା।

Other Stories