ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ବିଲ୍ଡିଂର କାନ୍ଥ; ୮ ଶ୍ରମିକ ମୃତ, ୬ ଗୁରୁତର

ଯୋଧପୁର: ରାଜସ୍ଥାନ ଯୋଧପୁରରେ କାନ୍ଥ ଭୁଶୁଡ଼ି ୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଯୋଧପୁର ବସ୍‌ନୀ ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣାଧୀନ ବିଲ୍ଡିଂର କାନ୍ଥ ଭୁଶୁଡ଼ି ପଡ଼ିବା ଯୋଗୁ ଏହି ଅଭାବନୀୟ ଘଟଣା ଘଟିଛି।

ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। କିଭଳି ସ୍ଥିତିରେ କାନ୍ଥ ଭୁଶୁଡ଼ିଲା ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ ଚଳାଇଛି।

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସେହିପରି ଆହତଙ୍କ ପରିବାରକୁ ୪୦ ହଜାର ଟଙ୍କା ଲେଖାଏ କ୍ଷତିପୂରଣ ଘୋଷଣା କରାଯାଇଛି।

You might also like