ଭୁବନେଶ୍ୱରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୩ କରୋନା ଯୋଦ୍ଧା

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪ଟି କ୍ୱାରେଣ୍ଟିନ୍‌ କେସ୍‌, ୩ଜଣ କରୋନା ଯୋଦ୍ଧା ଓ ୨ଟି ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

ଗାଡ଼କଣ ମହିମା ନଗରର ଗୋଟିଏ ପରିବାରରୁ ୨ଟି ଲୋକାଲ୍ କେସ୍ ରହିଛି। ଚିହ୍ନଟ ଉଭୟ ଜଣେ ପୂର୍ବ ଆକ୍ରାନ୍ତ ଘରୋଇ ହସ୍ପିଟାଲ କର୍ମଚାରୀଙ୍କ ସଂପର୍କୀୟ।

ଚନ୍ଦ୍ରଶେଖରପୁର ବିଡିଏ କଲୋନୀରୁ ଜଣେ, ଏୟାରପୋର୍ଟ ନିକଟ ଭୀମପୁରରୁ ଜଣେ ଓ ୟୁନିଟ୍‌-୬ ଭୀମପୁରରୁ ଜଣେ, ଅନ୍ୟ ଜଣେ ସାଲିଆ ସାହିରୁ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। ସେହିପରି ଭୁବନେଶ୍ୱରର ଏକ କୋଭିଡ୍‌ ହସ୍ପିଟାଲ୍‌ର ୩ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏ ଯାବତ୍‌ ଭୁବନେଶ୍ୱରେ ୧୫୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like