ଘରୁ ଡ଼ାକି ନେଇ ମାରିଦେଲେ ଗାଁ ଲୋକେ !

ମାଲକାନଗିରି: ମାଲକାନଗିରି ଜିଲ୍ଲା ପଡ଼ିଆ ଥାନା ଅନ୍ତର୍ଗତ ଉଦୟଗିରି ଗାଁରେ ଗୁଣି ଗାରେଡ଼ି ସନ୍ଦେହରେ ଜଣେ ଲୋକକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଗତକାଲି କାଲଦାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଏହି ଗ୍ରାମର ବାଗା କାବାସୀଙ୍କୁ କିଛି ଲୋକ ଗୁଣିଗାରେଡ଼ି କରୁଥିବା ସନ୍ଦେହରେ ଘରୁ ଡାକି ନେଇ ଗାଁ ମୁଣ୍ଡରେ ହତ୍ୟା କରିଥିଲେ।

ପ୍ରମାଣ ନଷ୍ଟ କରିବା ପାଇଁ ଲୋକେ ହତ୍ୟା ପରେ ଗ୍ରାମ ଠାରୁ ୪ ଶହ ମିଟର ଦୂର ଏକ ମଶାଣିରେ ମୃତଦେହକୁ ପୋଡ଼ି ଦେଇଛନ୍ତି। ପରିବାର ଲୋକେ ଭୟଭୀତ ଅବସ୍ଥାରେ ପଡ଼ିଆ ଥାନାରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି।

ଏହାପରେ ପୋଲିସ ଏହି ଗ୍ରାମକୁ ଯାଇ ତଦନ୍ତ ଅରମ୍ଭ କରିଛି। ଅଭିଯୋଗ ଅନୁଯାୟୀ ପୋଲିସ୍ କିଛି ଲୋକଙ୍କୁ ଆଣି ପଚରାଉଚୁରା କରାଯାଉଥିବା ଜଣାପଡ଼ିଛି। ଏ ନେଇ ପଡ଼ିଆ ଥାନାରେ  ମାମଲା ରୁଜୁ କରାଯାଇ ତଦନ୍ତ ଜାରୀ ରହିଥିବା ପଡ଼ିଆ ଥାନା ଅଧିକାରୀ ରଞ୍ଜନ କୁମାର ମାଝୀ କହିଛନ୍ତି।

ପ୍ରାଥମିକ ତଦନ୍ତରେ ଗ୍ରାମର କିଛି ଲୋକ ମୃତ ବାଗା ଗ୍ରାମରେ ଗୁଣିଗାରେଡ଼ି କରୁଥିବା ସନ୍ଦେହ କରିବା ସହ ଦୀର୍ଘ ଦିନ ଧରି ବିରୋଧ କରି ଆସୁଥିଲେ ବୋଲି ଜଣାପଡ଼ିଛି। ଏଥିପାଇଁ ଯୋଜନାବଦ୍ଧ ଭାବେ କିଛି ଲୋକ ଏହି ହତ୍ୟାକାଣ୍ଡ ଘଟାଇଥିବା ଅନୁମାନ କରାଯାଉଥିବା ପୋଲିସ୍‌ ପକ୍ଷରୁ କୁହାଯାଇଛି।

 

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like