ଐଶ୍ୱର୍ଯ୍ୟା ରାୟ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଦିନ ତଳେ ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା ଓ ସେ ହୋମ କ୍ଵାରେଣ୍ଟିନରେ ଥିଲେ। ମୁମ୍ବାଇର ନାନାବତୀ ହସ୍ପିଟାଲରେ ଐଶ୍ୱର୍ଯ୍ୟାଙ୍କୁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ସୂଚନାଥାଉ କି, ଗତ ସପ୍ତାହରେ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ପରିବାର ସଦସ୍ୟଙ୍କ କରୋନା ଟେଷ୍ଟ କରାଯାଇଥିଲା ଓ ଐଶ୍ୱର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟା ବଚ୍ଚନ କୋଭିଡ୍‌-୧୯ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଉଭୟ ହୋମ କ୍ଵାରେଣ୍ଟିନରେ ଥିଲେ। ହେଲେ ଐଶ୍ୱର୍ଯ୍ୟାଙ୍କୁ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ତେବେ ଅମିତାଭଙ୍କ ପତ୍ନୀ ଜୟା ବଚ୍ଚନଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଥିଲା। ବର୍ତ୍ତମାନ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଅମିତାଭ ଓ ଅଭିଷେକଙ୍କ ଚିକିତ୍ସା ଚାଲିଛି।

You might also like