ଗୋଟିଏ ଦିନରେ ଦେଶରେ ସର୍ବାଧିକ ୫,୬୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକଡାଉନ ଜାରି ରହିଛି। ଏହାସତ୍ୱେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି।

ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୧,୦୬,୭୫୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬୧,୧୪୯ ଜଣ ଚିକିତ୍ସାଧୀନ ଥିବାବେଳେ ୪୨,୨୯୮ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩,୩୦୩ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୫,୬୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମହାରାଷ୍ଟ୍ର ପରେ ତାମିଲନାଡୁରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି। ଏହାପରେ ଗୁଜରାଟରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।

ରେଡ ଜୋନ ଭାବେ ଘୋଷଣା ହୋଇଥିବା ମୁମ୍ବାଇ, ପୁଣେ ଓ ଏହାର ଆଖପାଖ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଆବଶ୍ୟକୀୟ ନ ଥିଲେ ଘରୁ ନ ବାହାରିବା ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅନୁରୋଧ କରିଛନ୍ତି। ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାରରୁ ଅଧିକରେ ପହଞ୍ଚିଛି।

You might also like