ଯାତ୍ରୀଙ୍କୁ ନେଇ ଯାଉ ଥିବାବେଳେ ଓଲଟିଲା ବସ୍‌

ଭଦ୍ରକ: ଏନ୍ଏଚ୍-୧୬ ଚରମ୍ପା ନିକଟ ତ୍ରିଶୁଳପୁର ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିବାରୁ ୧୧ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ‘ ଶ୍ରୀ ଅନନ୍ତ’ ନାମକ ବସ୍‌ଟି  ବାଲେଶ୍ୱରରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲା। ତେବେ ୧୬ ନମ୍ବର ଜାତୀୟ ରାଜପଥ ତ୍ରିଶୁଳପୁର ନିକଟରେ କୌଣସି କାରଣରୁ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ସୌଭାଗ୍ୟବଶତଃ, ବସ୍‌ଟି ଓଲଟି ଗୋଟିଏ ପୋଲ ବାଡ଼ାରେ ଅଟକି ରହିବାରୁ ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲା। ଅଗ୍ନିଶମ ବାହିନୀ ଆହତଙ୍କୁ ଉଦ୍ଧାର କରି ମେଡିକାଲ୍‌ରେ ଭର୍ତ୍ତି କରିଛନ୍ତି।

You might also like