୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୩ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୫୪ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

  ଭୁବନେଶ୍ୱରରୁ ଆଜି ଜଣେ କରୋନା ରୋଗୀ ଆଖି ବୁଜିଛନ୍ତି। ସେହପରି, ବାଲେଶ୍ୱର, ବରଗଡ, ଖୋର୍ଦ୍ଧା, କେନ୍ଦୁଝରରୁ ଜଣେ ଲେଖାଏ ରୋଗୀଙ୍କ ମୃତ୍ୟୁ ଘଟିଛି। ଆଜି ମୟୂରଭଞ୍ଜ ଓ ସମ୍ବଲପୁରରୁ ସର୍ବାଧିକ ୩ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୁନ୍ଦରଗଡରୁ ୨ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। 

ସୂଚନାଥାଉ କି, ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ତଳକୁ ଖସି ଆସିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ୯୮୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

 

You might also like