ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୫୯ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସୂଚନାଥାଉ କି, ଆଜି ରାଜ୍ୟରେ ୧,୪୮୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ସର୍ବାଧିକ ୧୪୧ ପଜିଟିଭ ଚିହ୍ନଟ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୩  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା ଆଜି ମଧ୍ୟ ହ୍ରାସ ପାଇଛି। ଖୋର୍ଦ୍ଧାରୁ ଆଜି ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୧୦୬ ଚିହ୍ନଟ ହୋଇଛନ୍ତି।

 

You might also like