କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଭୁବନେଶ୍ୱରର ୩୮ ବର୍ଷୀୟ ମହିଳା ବୋଲି ସୂଚନା ମିଳିଛି।

ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ତାଙ୍କର ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲା। ସୋରିଆସିସ୍ ପାଇଁ ଦୀର୍ଘଦିନରୁ ତାଙ୍କର ଚିକିତ୍ସା ଜାରି ରହିଥିଲା।

ତେବେ ସେପ୍ଟିକ୍‌ ସକ୍ ଓ ମଲ୍ଟି ଅର୍ଗାନ ଫେଲ୍ ପାଇଁ ତାଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୯୨ଜଣ ଚିକିତ୍ସାଧୀନ ଥିବାବେଳେ ୨,୨୮୨ଜଣ ସୁସ୍ଥ ହୋଇଛନ୍ତି। ତେବେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

You might also like