ଦେଶରେ ୧୬୬ ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୧୬୬ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୫୦୯୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୪୭୨ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।

କରୋନାରେ ଆକ୍ରାନ୍ତ ହୋଇ ଗତ ୨୪ ଘଣ୍ଟାରେ ଦେଶରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି।

ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ଯଥାକ୍ରମେ ତାମିଲନାଡୁ, ଦିଲ୍ଲୀ, ତେଲେଙ୍ଗାନା, ରାଜସ୍ଥାନ, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ, କେରଳ ଓ ମଧ୍ୟପ୍ରଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।

You might also like