ଭାରତରେ ୨୫ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୨୫ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା  ସୂଚନା ଅନୁଯାୟୀ, ୮୬୭ ଜଣଙ୍କଠାରେ ବର୍ତ୍ତମାନ କରୋନା ପଜିଟିଭ୍‌ ରହିଥିବାବେଳେ ୮୬ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।  ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ କେରଳରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।

ମହାରାଷ୍ଟ୍ରରେ ୧୯୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି କେରଳରେ 182 ଜଣ ଆକ୍ରାନ୍ତ ହୋଇଛନ୍ତି।

You might also like