ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଭାରତରେ ୩୮ ଛୁଇଁଲା ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୩୮ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୪୬୬ ଜଣଙ୍କଠାରେ ବର୍ତ୍ତମାନ କରୋନା ପଜିଟିଭ୍ ରହିଥିବାବେଳେ ୧୩୨ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି।
ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ କେରଳରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।
ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ପାର ହୋଇଛି। ମହାମାରୀ କରୋନା ପୃଥିବୀର ୨୦୨ଟି ଦେଶ ଓ ଭୂଖଣ୍ଡକୁ କାବୁ କରିସାରିଥିବା ବେଳେ, ମୋଟ ୮ ଲକ୍ଷ ୫୮ ହଜାର ୬୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୪୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏକ ଲକ୍ଷ ୭୮ ହଜାର ୦୯୯ ଜଣ ଆରୋଗ୍ୟ ଲାଭ କରିଛନ୍ତି।