ରାଜ୍ୟରୁ ଚିହ୍ନଟ ହେଲେ ୧୩୦ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ।  ଗତକାଲି ୨୧ ଜିଲ୍ଲାରୁ ୧୫୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୧୩୦ ଜଣ ଆକ୍ରାନ୍ତ।  ସେମାନଙ୍କ ମଧ୍ୟରୁ ୭୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ  ଲୋକାଲ୍ କେସ୍‌ ରହିଛି ୫୪। ଏ ନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ସମସ୍ତ ଆକ୍ରାନ୍ତ ୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବାବେଳେ ପୁରୀ ଜିଲ୍ଲାରେ ଅଛନ୍ତି ସର୍ବାଧିକ। ତେବେ  ୬ଟି ଜିଲ୍ଲାରୁ ଜଣେ ଲେଖାଏ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନା ଓ ଲୋକ ସଂପର୍କ ବିଭାଗ ଟ୍ୱିଟ୍‌ରୁ ମିଳିଥିବା ସୂଚନା ଅନୁଯାୟୀ,  ଅନୁଗୋଳ ଜିଲ୍ଲାରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୩, ଭଦ୍ରକରୁ ଜଣେ, କଟକରୁ ୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ରେ ୧୪ ଜଣ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୧୫୦ ଥିବାବେଳେ ସୁସ୍ଥ ହୋଇ ଫେରିଛନ୍ତି ୩,୩୦,୭୫୭। ଆକ୍ଟିଭ କେସ୍‌ ଅଛି ୧୪୩୬।

You might also like