ସାରା ବିଶ୍ୱରେ ଦେଢ଼ ଲକ୍ଷ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ସାରା ବିଶ୍ୱରେ ୨୧୦ ଦେଶରେ ତା’ର କାୟା ବିସ୍ତାର କରିଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୫୦ ହଜାର ଟପିଛି। ସେଥିମଧ୍ୟରୁ ୧ ଲକ୍ଷ ୫୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଲେଣି।

ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ ଲକ୍ଷ ୭୨ ହଜାରରୁ ଅଧିକ ସୁସ୍ଥ ହେଲେଣି। କରୋନାରେ ଆକ୍ରାନ୍ତ ହୋଇ ଆମେରିକାରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ଘଟିଛି।
  • ଆମେରିକାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୩୭ ହଜାରରୁ ଅଧିକ ଲୋକଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ ୧୦ ହଜାର ପାର କରିଛି।
  • କରୋନାରେ ଆକ୍ରାନ୍ତ ହୋଇ ଆମେରିକାରେ ଗତ ୨୪ ଘଣ୍ଟାରେ ୩ ହଜାର ୮ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
  • ସ୍ପେନରେ ୧ ଲକ୍ଷ ୯୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇ ଥିବାବେଳେ ସେଥିମଧ୍ୟରୁ ୨୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।
  • ସେହିପରି ଇଟାଲୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୨ ହଜାରରୁ ଅଧିକ  ଥିବାବେଳେ ସେଥିମଧ୍ୟରୁ ୨୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।
  • ଫ୍ରାନ୍ସରେ ୧୮ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟି ଥିବାବେଳେ ବ୍ରିଟେନରେ ୧୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।
You might also like