ଦେଶରେ ୧୯୯ ମୁଣ୍ଡ ନେଲାଣି କରୋନା, ମହାରାଷ୍ଟ୍ରରେ ସର୍ବାଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୧୯୯ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୫୭୦୯ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୫୦୩ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।

ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ଯଥାକ୍ରମେ ତାମିଲନାଡୁ, ଦିଲ୍ଲୀ, ରାଜସ୍ଥାନ, ତେଲେଙ୍ଗାନା, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ, କେରଳରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।

ସୂଚନାଥାଉ କି, ଏପ୍ରିଲ ୧୪ରେ ଲକ୍‌ଡାଉନ୍‌ ଅବଧି ଶେଷ ହେଉଛି। ତେବେ ଓଡ଼ିଶା ସରକାର ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଅବଧି ବଢ଼ାଇ ଦେଇଛନ୍ତି। ସମଗ୍ର ଦେଶରେ ପ୍ରଥମ କରି ଓଡ଼ିଶା ସରକାର ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିଛନ୍ତି।

You might also like