୨୪୨ ଛୁଇଁଲା ଭାରତରେ କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୨୪୨ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୬୬୩୪ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୬୫୨ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।

ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି।

ଦେଶରେ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କୁ ଆବଶ୍ୟକୀୟ ସୁରକ୍ଷା ପ୍ରଦାନ ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବ, ଡିଜିପି ଏବଂ ପୋଲିସ କମିଶନରଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି।

କରୋନା ସଂକ୍ରମଣ ଚିକିତ୍ସା କରାଯାଉଥିବା ହସ୍ପିଟାଲ ସମେତ quarentine ସେଣ୍ଟରରେ ନିୟୋଜିତ ସମସ୍ତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ପର୍ଯ୍ୟାପ୍ତ ପୋଲିସ ସୁରକ୍ଷା ପ୍ରଦାନ କରିବାକୁ ଗୃହ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛି।

ସେହିପରି ବିଭିନ୍ନ ସ୍ଥାନକୁ ସ୍କ୍ରିନିଂ କରିବାକୁ ଯାଉଥିବା ସ୍ବାସ୍ଥ୍ୟକର୍ମୀମାନଙ୍କୁ ମଧ୍ୟ ସୁରକ୍ଷା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ନିକଟରେ ଦେଶର କିଛି ସ୍ଥାନରେ କୋଭିଡ-୧୯ ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର, ନର୍ସ ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କିମ୍ବା ଦୁର୍ବ୍ୟବହାର ଘଟଣା ସାମ୍ନାକୁ ଆସିଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ଏହି ନିର୍ଦ୍ଦେଶ ଦେଇଛନ୍ତି।

You might also like