ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୬୮କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୬୮ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା  ସୂଚନା ଅନୁଯାୟୀ, ୨୬୫୦ ଜଣଙ୍କଠାରେ ବର୍ତ୍ତମାନ କରୋନା ପଜିଟିଭ୍‌ ରହିଥିବାବେଳେ ୧୮୩ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।

ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାମିଲନାଡୁରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।

ଦିଲ୍ଲୀ ଧର୍ମ ସଭା ପାଇଁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା କୁହାଯାଉଛି।

You might also like