୭୭ ଛୁଇଁଲା ଭାରତରେ କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୭୭ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୩୦୩୦ ଜଣଙ୍କଠାରେ ବର୍ତ୍ତମାନ କରୋନା ପଜିଟିଭ୍‌ ରହିଥିବାବେଳେ ୨୬୭ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି।

ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାମିଲନାଡୁରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି।

ଏଯାବତ ଚିହ୍ନଟ ହୋଇଥିବା କରୋନା ମାମଲାର ୩୦ ପ୍ରତିଶତ ନୂଆଦିଲ୍ଲୀର ନିଜାମୁଦ୍ଦିନ ମରକଜ ସହିତ ଲିଙ୍କ୍ ରହିଛି।

You might also like