ମନ୍ଦିର ଖୋଲିବାକୁ ଦାବି କରି ଘଣ୍ଟ ପିଟିଲେ ସେବକ ଓ ପୂଜକ

ଭୁବନେଶ୍ୱର: ମନ୍ଦିର ଖୋଲିବାକୁ ଦାବି କରି ଘଣ୍ଟ ପିଟିଲେ ସେବକ ଓ ପୂଜକ। ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟ ଅଞ୍ଚଳର ମନ୍ଦିରରେ ଆଜି ସକାଳ ୯ଟା ବେଳେ ଘଣ୍ଟଘଣ୍ଟା ବଜା ଯାଇଛି। କୋଭିଡ୍ କଟକଣା ଭିତରେ ମନ୍ଦିର ଖୋଲିବାକୁ ଦାବି କରିଛନ୍ତି।

ଲକ୍‌ଡାଉନ୍‌ ଓ ପରେ ଅନ୍‌ଲକ୍‌ରେ ମନ୍ଦିର ବନ୍ଦ ରହିଛି। ଶ୍ରଦ୍ଧାଳୁ ନ ଆସିବାରୁ ପୂଜକ ସିଧାସଳଖ ଏଥିରେ ପ୍ରଭାବିତ ହୋଇଛନ୍ତି। ପରିବାର ଚଳାଇବା କଷ୍ଟକର ହେବା ସହ ଆର୍ଥିକ ସ୍ଥିତି ବିଗିଡ଼ି ଯାଇଛି। ଖାଲି ମନ୍ଦିରର ପୂଜକ ନୁହଁନ୍ତି ମନ୍ଦିର ସହ ପ୍ରତକ୍ଷ୍ୟ ଓ ପରୋକ୍ଷ ଭାବେ ସମ୍ପୃକ୍ତ ଥିବା ବହୁ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି।

ଅନ୍ୟପକ୍ଷେ, ଶ୍ରୀମନ୍ଦିର ଖୋଲିବାକୁ ଦାବି କରି ଗତକାଲି ସିଂହଦ୍ୱାର ସାମ୍ନାରେ ସେବାୟତମାନେ ଧାରଣାରେ ବସିଥିଲେ। ଧାରଣାରେ ବସିଥିବା ସେବାୟତଙ୍କ ସହ ପୁରୀ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଆଲୋଚନା କରିଥିଲେ।

ଛତିଶା ନିଯୋଗ ବୈଠକରେ ତର୍ଜମା କରାଯାଇ ଆର୍ଥିକ ସହାୟତା ଓ ଉତ୍ତର ଦ୍ୱାର ବାହାରେ କିଭଳି ମହାପ୍ରସାଦ ବିକ୍ରି ସହଜରେ ହୋଇପାରିବ ସେନେଇ ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପ୍ରତିଶ୍ରୁତି ଦେଇଛି। 

You might also like