ଦିଲ୍ଲୀରେ ବଡ଼ ଧରଣର ଅଗ୍ନିକାଣ୍ଡ; ୫ ମୃତ

ନୂଆଦିଲ୍ଲୀ: ଦିଲ୍ଲୀରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୫ ଜଣଙ୍କର ମୃତ୍ୟୁ ହୋଇଛି। ଜାକିରନଗର ଅଞ୍ଚଳରେ ଆପାର୍ଟମେଣ୍ଟରେ ନିଆଁ ଲାଗିଯାଇଥିବାରୁ ଏଭଳି ଦୁଃଖଦ ଘଟଣା ଘଟିଛି। ଏହି ଅଗ୍ନିକାଣ୍ଡରେ ୧୧ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଖବର ପାଇ ଘଟଣାସ୍ଥଳରେ ୮ଟି ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇଛନ୍ତି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନଥିଲେ ବି ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି। ଦିଲ୍ଲୀ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଅଗ୍ନିକାଣ୍ଡରେ କୋଠାର ପାର୍କିଂ ସ୍ଲଟରେ ଥିବା ୭ଟି କାର୍ ଏବଂ ୮ଟି ମୋଟର ସାଇକେଲ୍  ମଧ୍ୟ ଜଳିଯାଇଛି।

You might also like