ଟ୍ୱିନ ସିଟିକୁ ସତର୍କ ସୂଚନା; ପ୍ରବଳ ବର୍ଷିବ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା  ସମ୍ଭାବନା ରହିଛି। ସ୍ୱତନ୍ତ୍ର ରିଲିଫ କମିଶନର ଆଜି ସକାଳୁ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

ଲଘୁଚାପ ପ୍ରଭାବରେ ଟ୍ୱିନ୍‌ ସିଟିରେ ମଧ୍ୟ ବର୍ଷା ଲାଗି ରହିଛି। ଘଣ୍ଟାପ୍ରତି ୨ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ହେବ ବୋଲି କୁହାଯାଇଛି। ବିଶେଷ କରି ମଧ୍ୟାହ୍ନ ୧୨ଟା ୩୦ ଯାଏ ପ୍ରବଳ ବର୍ଷିବ ବୋଲି ସତର୍କ ସୂଚନା ଦିଆଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବର୍ଷା ଯୋଗୁ ଟ୍ୱିନ୍‌ ସିଟି କଟକ-ଭୁବନେଶ୍ୱରରେ  ରାସ୍ତା ଅଳ୍ପ ଦୃଶ୍ୟମାନ ହେବ। ଟ୍ରାଫିକ ସମସ୍ୟା ମଧ୍ୟ ଉପୁଜିପାରେ। ଏଥି ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଯେତେଦୂର ସମ୍ଭବ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

You might also like