Odisha Weather Update: ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪ରୁ ୫ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ୧୬ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ। ଏ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । 

You might also like