ବର୍ଷା ସହ ବଜ୍ରପାତ ସମ୍ଭାବନା: ଦିନ ୧ଟା ୩୦ ମିନିଟ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର: ଆଜି ସକାଳୁ ରାଜ୍ୟରେ ମେଘୁଆ ପାଗ ଥିବାବେଳେ ଅପରାହ୍ଣରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହୋଇଛି।

ଆଜି ଦିନ ୧ଟା ୩୦ମିନିଟ ଯାଏ ଜଗତସିଂହପୁର, ରଘୁନାଥପୁର, ବିରିଡି, ବାଲିକୁଦା, ତିର୍ତ୍ତୋଲ ବ୍ଲକ,  ନିଶ୍ଚିନ୍ତକୋଇଲି, କେନ୍ଦ୍ରାପଡ଼ା, କଟକ ସଦର,  ସାଲେପୁର ବ୍ଲକବାସୀଙ୍କୁ ସତର୍କ ରହିବାକୁ ସତର୍କ ସୂଚନା ଜାରି କରାଯାଇଛି। ଏସଆରସି ପକ୍ଷରୁ ଏହି ସତର୍କ ସୂଚନା ଜାରି କରାଯାଇଛି।

କଟକ ସମେତ ରାଜ୍ୟର ଆଉ କିଛି ସ୍ଥାନରେ ଆଜି  ବର୍ଷା ହୋଇଛି। ତେବେ ବର୍ଷା ଓ ବଜ୍ରପାତ ନେଇ ରାଜ୍ୟ ସରକାରଙ୍କ ଏସଆରସି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। କଟକ, କେନ୍ଦ୍ରାପଡ଼ା, ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାସହ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଥିଲା।

ଏହାସହ ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳରେ ମଧ୍ୟ ବର୍ଷା ସହ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଥିଲା।

ଆହୁରି ପଢ଼ନ୍ତୁ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

You might also like